ଭୁବନେଶ୍ୱର : ଆସନ୍ତାକାଲି ରାଜ୍ୟରେ ୪ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଦେଓଗଡ଼, ଝାରସୁଗୁଡା ଓ ସମ୍ବଲପୁର। ସେହିପରି ଶନିବାର ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର,ସୋନପୁର କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ ବିଭାଗ କହିଛି ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ତିନିଦିନ ଧରି ପ୍ରବଳ ବର୍ଷା ହେବ।