ଭୁବନେଶ୍ଵର ୧୮/୦୬ :ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିଛି ଦୁଇ ସହିଦ ଓଡ଼ିଆ ଯବାନଙ୍କ ପାର୍ଥିବ ଶରୀର। ସ୍ଵତନ୍ତ୍ର ବିମାନ ଯୋଗେ ଦୁଇ ସହିଦଙ୍କ ମର ଶରୀରକୁ ଭୁବନେଶ୍ଵର ଅଣାଯାଇଛି। ଶେଷ ସମ୍ମାନ ଜଣାଇବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଏୟାରପୋର୍ଟରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।
ସୂଚନାଯୋଗ୍ୟଯେ, ଗଲୱାନଘାଟିରେ ଚୀନ-ଭାରତ ସୈନିକମାନଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷରେ ସହିଦ ହୋଇଛନ୍ତି ୨୦ ଜଣ ଭାରତୀୟ ସୈନିକ। ଏମାନଙ୍କ ମଧ୍ୟରେ ୨ ଜଣ ଓଡ଼ିଆ ପୁଅ ରହିଛନ୍ତି। ମୟୂରଭଞ୍ଜ ଜିଲ୍ଲାର ନନ୍ଦୁରାମ ସୋରେନ ଓ ଅନ୍ୟ ଜଣେ କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକର ଚନ୍ଦ୍ରକାନ୍ତ ପ୍ରଧାନ।