ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ଵରର ଡୁମୁଡୁମା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। କୌଣସି ଟ୍ରାଭେଲ ହିଷ୍ଟ୍ରି ନଥାଇ ସୁବାସ ନଗର ବସ୍ତିରୁ ଏକାଧିକ ପଜିଟିଭ ମିଳିବା ପରେ ଡୁମୁଡୁମା ଭୁବନେଶ୍ୱର ମହା ନଗର ନିଗମ ଏହି କଟକଣା ଲାଗୁ କରିଛି। ଡୁମୁଡୁମା ହନୁମାନ ମନ୍ଦିରରୁ ପ୍ଲଟ ନଂ ୩୨୩ ଯାଏ କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କରାଯାଇଥିବା ବେଳେ ପ୍ଲଟ ନଂ ୩୨୩ରୁ ପ୍ଲଟ ନଂ ୨୬୧ ଓ ୨୫୮ ପର୍ଯ୍ୟନ୍ତ ଏହି କଟକଣା ଲାଗୁ କରାଯାଇଛି। ତେଣୁ ଏହି ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନର ସମସ୍ତ କଟକଣା ଲାଗୁହେବ। ସବୁ ଅଫିସ ବନ୍ଦ ରହିବା ସହ ଲୋକମାନଙ୍କୁ ଘରେ ରହିବାକୁ ବିଏମ୍ସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।