ଭୁବନେଶ୍ୱର : କ୍ୟାପିଟାଲ ହସ୍ପିଟାଲ ରକ୍ତ ଭଣ୍ଡାରର ଜଣେ କର୍ମଚାରୀ କରୋନା ପଜେଟିଭ ଚିହ୍ନଟ ହେବାପରେ ୨୪ଘଣ୍ଟା ପାଇଁ କ୍ୟାପିଟାଲ ହସ୍ପିଟାଲ ରକ୍ତ ଭଣ୍ଡାରକୁ ସିଲ୍ କରିଦିଆଯାଇଛି।
କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ସାହୁ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି କ୍ୟାପିଟାଲ ହସ୍ପିଟାଲ ରକ୍ତ ଭଣ୍ଡାରରେ ଲ୍ୟାବ ଟେକ୍ନିସିଆନ୍ ଭାବେ କାର୍ଯ୍ୟ କରୁଥିବା ଜଣେ ବ୍ୟକ୍ତି କରୋନା ପଜେଟିଭ୍ ଚିହ୍ନଟ ହୋଇଛନ୍ତି। ତାଙ୍କୁ କୋଭିଡ୍ ହସ୍ପିଟାଲକୁ ପଠାଇ ଦିଆଯାଇଛି। ଅନ୍ୟ ୭ଜଣ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟାଇନରେ ରହିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।