୨ ଜଣଙ୍କର ଜୀବନ ନେଇଛି କରୋନା ।

ଭୁବନେଶ୍ୱ.୨୨।୬ : ଆଜି ରାଜ୍ୟରେ ୧୪୩ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ଜୀବନ ନେଇଛି କରୋନା । ୨ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ଜଣେ ୪୬ ବର୍ଷୀୟ ବ୍ୟକ୍ତିଙ୍କର କରୋନା ଜନିତ ମୃତ୍ୟୁ ଘଟିଛି । ମୃତକ ଜଣକ କୋଭିଡ ନିମୋନିଆରେ ଆକ୍ରାନ୍ତ ହୋଇଥିବା ବେଳେ ତାଙ୍କର ମେଡିକାଲରେ ଚିକିତ୍ସା ଚାଲିଥିଲା

ସେହିପରି ମୟୂରଭଞ୍ଜର ଜିଲ୍ଲାର ଜଣେ ୬୦ ବର୍ଷୀୟ କରୋନା ପଜିଟିଭଙ୍କ ମୃତ୍ୟୁ ଘଟିଛି । ମୃତକଜଣଙ୍କର କ୍ୟାନସର ଅସ୍ତ୍ରୋପଚାର ପରବର୍ତ୍ତୀ ଜଟିଳତା ଯୋଗୁଁ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।