ସମ୍ବଲପୁର:ଦିନ ୧୦ଟା ପରେ ପାରମ୍ପରିକ ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦ ଡ୍ୟାମ । ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ। ୭ନଂ ଗେଟକୁ ଖୋଲାଯାଇ ଜଳ ନିଷ୍କାସନ କରାଯାଇଛି । ଏହା ପୂର୍ବରୁ ଡ୍ୟାମ କର୍ତ୍ତୃପକ୍ଷ ଡାକବାଜି ଯନ୍ତ୍ର
ଯୋଗେ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ କରିଦିଆଯାଇଥିଲା।
ଠିକ୍ ସମୟରେ ମୌସୁମି ଆସିବା ଓ ନିୟମିତ ବର୍ଷା ହେବା କାରଣରୁ ହୀରାକୁଦର ଗେଟ୍ ଶୀଘ୍ର ଖୋଲିଛି।ଚଳିତ ବର୍ଷ ଖରା ଦିନେ ଜଳସ୍ତର ସ୍ବାଭାବିକଠାରୁ ଅଧିକ ରହିବ। ଆସନ୍ତା ୨୫ ତାରିଖରେ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯିବ ବୋଲି ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ ପୂର୍ବରୁ ଘୋଷଣା କରିଥିଲେ।