ଗଞ୍ଜାମ:୮।୭: ସିଲ୍ ହେଲା ଗଞ୍ଜାମ-ଖୋର୍ଦ୍ଧା ବର୍ଡର। ଏହାସହ କାହାକୁ ଭୁବନେଶ୍ୱର ଯିବା ପାଇଁ ଅନୁମତି ମିଳିବ ନାହିଁ ବୋଲି ଟ୍ୱିଟ୍ କରି ଗଞ୍ଜାମ ଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି।
ଦିନକୁ ଦିନ ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେଣୁ କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି ।