ଓଡ଼ିଶାରେ କରୋନା ଆକ୍ରାନ୍ତରେ ୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ୬ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୪, ଭୁବନେଶ୍ୱରରୁ ଜଣେ ଓ କଟକରୁ ଜଣଙ୍କର ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି।

ଓଡ଼ିଶାରେ ଆଉ ୬୧୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।