ଭୁବନେଶ୍ୱର ୨୮/୦୭: ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।