ଭୁବନେଶ୍ୱର,୩୧ା୭: ରାଜ୍ୟରେ ଆଜି ଆଉ ୮ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୪ଜଣ, ନୟାଗଡ଼, ଖୋର୍ଦ୍ଧା, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।