ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା, ମୋଟ ୨୦୭ ରେ ପହଞ୍ଚିଲା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଲାଣି କରୋନା। ଆଜି ପୁଣି ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭ କୁ ବୃଦ୍ଧି ପାଇଛି ।

ଓଡିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦୦ ଡେଇଁଥିବା ବେଳେ ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୦୬କୁ ବୃଦ୍ଧି ପାଇଛି। ଆଜି ୧୦ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସଂପୃକ୍ତ ମୃତଙ୍କ ମଧ୍ୟରୁ ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଜପତିରୁ ୨ ଜଣ, କଳାହାଣ୍ଡି ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୁଣ୍ଡ ନେଇଛି ଘାତକ କରୋନା।