ଆସନ୍ତାକାଲି ସନ୍ଧ୍ୟା ୬ଟାରେ ୧ ମିନିଟ ନିରବ ପ୍ରାର୍ଥନା ପାଇଁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଏକ ନିବେଦନ ରଖି କହିଛନ୍ତି- କୋଭିଡ ଯୋଦ୍ଧା ମାନଙ୍କର ମାନବ ଜାତି ପାଇଁ ଏହି ସର୍ବୋଚ୍ଚ ତ୍ୟାଗକୁ ପୁନଃ ସ୍ମରଣ କରିବା ଓ ସମ୍ମାନ ଜଣାଇବା ପାଇଁ ସେମାନଙ୍କ ସ୍ମୃତିରେ ମୁଁ ଏକ ନୀରବ ପ୍ରାର୍ଥନାର ନେତୃତ୍ବ ନେବି।
ଆସନ୍ତାକାଲି ସଂଧ୍ୟା ୬ଟା ସମୟରେ ଏହି ପ୍ରାର୍ଥନା ସଭାରେ ଯୋଗ ଦେବା ପାଇଁ ଓଡିଶାର ମୋର ସାଢେ ଚାରି କୋଟି ଭାଇଭଉଣୀ ମାନଙ୍କୁ ଅନୁରୋଧ କରୁଛି ନିଜ ଘରେ ବା ଯେଉଁଠାରେ ଥାଆନ୍ତୁ, ସେଠାରେ ଠିଆ ହୋଇ କୋଭିଡ ଯୋଦ୍ଧାଙ୍କ ସମ୍ମାନାର୍ଥେ ଏକ ମିନିଟ ନୀରବ ପ୍ରାର୍ଥନା କରନ୍ତୁ ଏବଂ ଏ ଲଢେଇ ଜାରି ରଖିଥିବା କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବାପାଇଁ ଶପଥ କାର୍ଯ୍ୟକ୍ରମରେ ଭାଗ ନିଅନ୍ତୁ । ମୁଁ ନିଜେ ଆପଣମାନଙ୍କୁ ଟିଭି ଓ ସୋସିଆଲ ମିଡିଆ ଜରିଆରେ ଶପଥ ପାଠ କରାଇବି।