ଭୁବନେଶ୍ୱର: ଓଡ଼ିଶାରେ କରୋନାରେ ଆଉ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏ, ବାଲେଶ୍ୱର, ବରଗଡ଼, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୫୯ରେ ପହଞ୍ଚିଛି।