ଭୁବନେଶ୍ବର,୧୧।୨୦ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟରେ ପାସ ହେଲା ବହୁ ଗୁରୁତ୍ୱପୂର୍ଣ୍ଣ ଅଜେଣ୍ଡା । କ୍ୟାବିନେଟ ବୈଠକରେ ହୋଇଥିବା ନିଷ୍ପତି ଅନୁଯାୟୀ ମୋଟ ୨୦ ଟି ପ୍ରସ୍ତାବ ଉପରେ ମୋହର ଲାଗିଛି ବୋଲି ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ପ୍ରେସ ବିବୃତି ମାଧ୍ୟମରେ ସୂଚନା ଦେଇଛନ୍ତି।
କ୍ୟାବିନେଟ ବୈଠକରେ କୋଭିଡ ମୁକାବିଲା ନେଇ ବଡ଼ ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର। କଟକଣା ନିୟମକୁ ଉଲଂଘନ କଲେ ଲକ୍ଷେ ଟଙ୍କା ପର୍ଯ୍ୟନ୍ତ ଜୋରିମାନା ଆଦାୟ କରାଯିବ ବୋଲି ନିଷ୍ପତି ହୋଇଛି। ସେହିପରି ଫ୍ୟାକ୍ଟ୍ରି ଆକ୍ଟ ୧୯୫୮ ରେ ସଂଶୋଧନ ହୋଇଛି। ୨୦୦୭ ଓ ୨୦୧୫ ଶିଳ୍ପନୀତିରେ ହୋଇଛି ପରିପାଵର୍ତନ । ସ୍ୱାସ୍ଥ୍ୟ ସେବାରେ ନିର୍ମଳ ସ୍କିମର ଅବଧି ବଢିଛି। ଏହାକୁ ନିର୍ମଳ ପ୍ଲସ ଓ ନିର୍ମଳ ପ୍ଲସ ପ୍ଲସ କରାଯାଇଛି।
ମାହାଙ୍ଗାରେ ବୃହତ ପାନୀୟଜଳ ପ୍ରକଳ୍ପକୁ କ୍ୟାବିନେଟର ମଞ୍ଜୁରି ମିଳିଛି । ପ୍ରକଳ୍ପ ପାଇଁ ୨୦୭ କୋଟିରୁ ଅଧିକ ଟଙ୍କା ବ୍ୟୟ ଅଟକଳ ହୋଇଛି । ପ୍ରକଳ୍ପ ଯୋଗୁଁ ୨୧୧ଟି ଗ୍ରାମର ଲୋକେ ଉପକୃତ ହେବେ । ଏହାସହ ୩ବର୍ଷ ଭିତରେ ପ୍ରତିଘରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କରିବା ନେଇ ଲକ୍ଷ୍ୟ ରଖାଯାଇଛି । ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ସୂଚନା ଦିଆଯାଇଛି।