ରାଜ୍ୟରେ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ

ଭୁବନେଶ୍ୱର,୨୧/୦୮: ରାଜ୍ୟରେ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ଆଉ ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରୁ ୨ ଜଣ, ଅନୁଗୁଳ,କୋରାପୁଟ, ନୟାଗଡ଼ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ କରୋନାରେ ଆଖିବୁଜିଛନ୍ତି।