ଭଦ୍ରକ ସାଂସଦଙ୍କୁ କରୋନା

ଭୁବନେଶ୍ୱର,୨୨।୦୮: ଭଦ୍ରକ ସାଂସଦ କରୋନାରେ ଆକ୍ରାନ୍ତ । ସାଂସଦ ମଞ୍ଜୁଲତା ମଣ୍ଡଳ କରୋନା ରେ ଆକ୍ରାନ୍ତ ହୋଇଛନ୍ତି ବୋଲି ନିଜେ ଟୁଇଟ ଯୋଗେ ସୂଚନା ଦେଇଛନ୍ତି। ସେ କହିଛନ୍ତି କରୋନାର ପ୍ରାରମ୍ଭିକ ଲକ୍ଷଣ ପାଇବା ପରେ,ମୁଁ ନିଜର ପରୀକ୍ଷା କରାଇଲି ଏବଂ ରିପୋର୍ଟ ପଜିଟିଭ୍ ଆସିଲା । ମୋ ସ୍ୱାସ୍ଥ୍ୟ ଭଲ ଏବଂ ସ୍ଥିର ଅଛି ଏବଂ ହୋମ୍ କ୍ୱାରାଣ୍ଟାଇନରେ ଅଛି । ମୁଁ ଅନୁରୋଧ କରୁଛି, ଯେଉଁମାନେ ଗତ କିଛି ଦିନ ମଧ୍ୟରେ ମୋ ସହିତ ଯୋଗାଯୋଗ ଏବଂ ସଂସ୍ପର୍ଶରେ ଆସିଛନ୍ତି, ଦୟାକରି ନିଜକୁ ଅଲଗା ରଖନ୍ତୁ ଓ ନିଜର ପରୀକ୍ଷା କରାଇ ନିୟନ୍ତୁ।”