ନବରଙ୍ଗପୁର,୨୨।୦୮: ନବରଙ୍ଗପୁର ଜିଲ୍ଲାକୁ ସଟଡାଉନ ଘୋଷଣା କରାଯାଇଛି । ଏହି ସଟଡ଼ାଉନ ଘୋଷଣା କରିଛନ୍ତି ନବରଙ୍ଗପୁର ଜିଲ୍ଲାପାଳ । ୨୪ତାରିଖ ସନ୍ଧ୍ୟା ୭ଟାରୁ ୨୭ ତାରିଖ ସକାଳ ଯାଏଁ ସଟଡାଉନ ରହିବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ଅନ୍ୟପଟେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫୫୩୭କୁ ବୃଦ୍ଧି ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୦,୫୦୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଓ ୩୯୯ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ଓଡ଼ିଶାରେ ୨୪୫୮୨ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।