ଓଡ଼ିଶାରୁ ପୁଣି ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫/୦୮: ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୨୭୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ଓଡିଶାରେ ୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତଙ୍କ ମଧ୍ୟରୁ ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ଖୋର୍ଦ୍ଧ, କଟକ, ବାଲେଶ୍ବର, ବଲାଙ୍ଗୀର ଗଜପତି ଜିଲ୍ଲାରୁ ଜଣେ ଲେଖାଏଁ କରୋନ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।