ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି କରୋନା ସ୍ଥିତି । ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୨ ମୃତକଙ୍କ ମଧ୍ୟରୁ ବାଲେଶ୍ବର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ବରଗଡ଼, ଯାଜପୁର, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।