ରାଜ୍ୟରେ ପୁଣି ଚିହ୍ନଟ ହେଲେ ୪୨୦୯ ଆକ୍ରାନ୍ତ ଜାଣନ୍ତୁ କେଉଁ ଠାରୁ କେତେ ।

ଭୁବନେଶ୍ୱର : ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୨୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୭୫,୫୫୦ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୪୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୬୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୮୩ଜଣ,ବରଗଡ଼ ଜିଲ୍ଲାରୁ ୧୧୬ଜଣ, ଭଦ୍ରକ ଜିଲ୍ଲାରୁ ୪୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୮ଜଣ, ବୌଦ୍ଧ ଜିଲ୍ଲାରୁ ୫୫ଜଣ, କଟକ ଜିଲ୍ଲାରୁ ୪୯୧ ଜଣ, ଦେଓଗଡ଼ ଜିଲ୍ଲାରୁ ୨୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୦ଜଣ, ଗଜପତି ଜିଲ୍ଲାରୁ ୪୩ଜଣ, ଗଞ୍ଜାମ ଜିଲ୍ଲାରୁ ୬୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪୬ଜଣ, ଯାଜପୁର ଜିଲ୍ଲାରୁ ୧୭୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮୦ଜଣ, କଳାହାଣ୍ଡି ଜିଲ୍ଲାରୁ ୯୦ଜଣ, କନ୍ଧମାଳ ଜିଲ୍ଲାରୁ ୧୦୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨୩ଜଣ, କେନ୍ଦୁଝର ଜିଲ୍ଲାରୁ ୭୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୬୩ଜଣ, କୋରାପୁଟ ଜିଲ୍ଲାରୁ ୧୧୪ଜଣ, ମାଲକାନଗିରି ଜିଲ୍ଲାରୁ ୬୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦୨ଜଣ, ନୟାଗଡ଼ ଜିଲ୍ଲାରୁ ୪୭ଜଣ, ନୂଆପଡା ଜିଲ୍ଲାରୁ ୫୨ଜଣ, ପୁରୀ ଜିଲ୍ଲାରୁ ୩୨୬ଜଣ, ରାୟଗଡ଼ା ଜିଲ୍ଲାରୁ ୯୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୫୪ଜଣ, ସୋନପୁର ଜିଲ୍ଲାରୁ ୮୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୧ଜଣ, ଷ୍ଟେଟ ପୁଲ୍‌ରୁ ୨୧୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧,୭୫,୫୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭,୨୩୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧,୩୭,୫୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।