ଭୁବନେଶ୍ୱର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ। କୋଇଲା ଦୁର୍ନୀତି ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ସ୍ୱତନ୍ତ୍ର ସିବିଆଇ କୋର୍ଟ। ୧୯୯୯ ଝାଡ଼ଖଣ୍ଡ କୋଲ୍ ବ୍ଲକ ଆବଣ୍ଟନ ମାମଲାରେ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଅନ୍ୟ ୨ ଅଧିକାରୀଙ୍କୁ ମଧ୍ୟ ୩ ବର୍ଷ ଲେଖାଏଁ ଜେଲ୍ ଦଣ୍ଡାଦେଶ ହୋଇଛି।
୧୯୯୯ ମସିହାରେ ଝାଡ଼ଖଣ୍ଡର ଗିରିଡିହ ଖଣି ଆବଣ୍ଟନରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ମାମଲାରେ ଦିଲୀପଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ଦିଲ୍ଲୀର ଏକ ସ୍ୱତନ୍ତ୍ର କୋର୍ଟ। ସେତେବେଳେ କୋଇଲା ମନ୍ତ୍ରାଳୟରେ ଥିବା ଦୁଇ ବରିଷ୍ଠ ଅଧିକାରୀଙ୍କୁ ମଧ୍ୟ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମ।