ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆସନ୍ତା ୨ ଦିନ ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ପୁରୀ, ଖୋର୍ଧା, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏ ନେଇ ପଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାର ପ୍ରଭାବରେ ଦକ୍ଷିଣ ପୂର୍ବ ମୌସୁମୀ ବାୟୁ ସକ୍ରିୟ ହେବ ଏବଂ ଓଡ଼ିଶାକୁ ମୌସୁମୀର ଆଗମନ ନେଇ ଅନୁକୂଳ ପରିବେଶ ସୃଷ୍ଟି କରିବ। ଏଥିସହ ୧୦ରୁ ୧୨ ତାରିଖ ଯାଏଁ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପଟେ ଆଜି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମାଲାକାନାଗିରିରେ ସର୍ବାଧିକ ୪୧ ଡିଗ୍ରୀ ସେଲସିଏସ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ଟିଟିଲାଗଡରେ ୪୦.୫ ଡିଗ୍ରୀ, ଭବାନୀପାଟଣାରେ ୩୯.୭ ଡିଗ୍ରୀ ଓ ବଲାଙ୍ଗୀରିରେ ୩୯.୩ ଡିଗ୍ରୀ ସେଲସିଏସ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ସୋନପୁରରେ ସର୍ବନିମ୍ନ ୨୦.୮ ଡିଗ୍ରୀ ତାପମାତ୍ରା ପାରିପାଗ ବିଭାଗ ପକ୍ଷରୁ ରେକର୍ଡ କରାଯାଇଛି ।