ବଙ୍ଗୋସାଗରରେ ଲଘୁଚାପ : ବର୍ଷା ସମ୍ଭାବନା

ଭୁବନେଶ୍ଵର : ବଙ୍ଗୋସାଗରରେ ଲଘୁଚାପ ଦାନାବନ୍ଧୁଛି। ଅଧିକ ଘନିଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଥିବା ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ପାଣିପାଗ ବିଭାଗ ପକ୍ଷରୁ ସୂଚନା ଅନୁଯାୟୀ ଦକ୍ଷିଣ-ପୂର୍ବ ବଙ୍ଗୋପସଙ୍ଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୩ ତାରିଖ ବେଳକୁ ଏହା ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ୪୮ ଘଣ୍ଟା ଭିତରେ ରାଜ୍ୟର ଅନେକ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାରେ କିଛି ସ୍ଥାନରେ ବର୍ଷା ହେଇପାରେ। ଏଆହାଛଡା ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ କଟକ, ଖୋର୍ଦ୍ଧା, ଅନୁଗୁଳ ଓ ମୟୁରଭଞ୍ଜ ଜିଲ୍ଲାରେ କୁହୁଡି ଦେଖାଦେବ। ରାତିର ତାପମାତ୍ରା ୪ରୁ ୫ ଡିଗ୍ରୀ ତଳକୁ ଖସିବା ସହିତ ଶୀତ ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।