ଅବପାତର ରୂପ ନେବ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ୪୮ଘଣ୍ଟା ପର୍ଯ୍ୟନ୍ତ ବର୍ଷା !

ଭୁବନେଶ୍ୱର,୨୧।୧୧: ଆଗାମୀ ୨ ଦିନ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ତେବେ ବାଲେଶ୍ୱର, କଳାହାଣ୍ଡି, ନବରଙ୍ଗପୁରରେ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ କିଛି ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ ହୋଇଛି । ସେହି ଜିଲ୍ଲାଗୁଡିକ ହେଉଛି-କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ଭଦ୍ରକ, ରାୟଗଡା, ବଲାଙ୍ଗୀର, କଟକ, ନୂଆପଡା, ନୟାଗଡ, ଯାଜପୁର, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା । ୨୨ ତାରିଖରେ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରରଣର ବର୍ଷା ହେବା ନେଇ ପୂର୍ବାନୁମାନ ହୋଇଛି । ଏଥିରେ ଗଞ୍ଜାମ, ଗଜପତି, କଳାହାଣ୍ଡି, ରାୟଗଡା, ମାଲକାନଗିରି, କୋରାପୁଟ ଇତ୍ୟାଦି ସାମିଲ ରହିଛି ।