କାଳବୈଶାଖୀ ୧୦ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି। ଏହି ସତର୍କ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଉ ୧୦ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ।

ମଙ୍ଗଳବାର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ଅପରାହ୍ନରୁ ଆସନ୍ତାକାଲି ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଏହି ସମୟରେ କେତକ ସ୍ଥାନରେ ବଜ୍ରପାତ ଓ କୁଆପଥର ବର୍ଷା ସହିତ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବ। ତେଣୁ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ନବାହାରିବାକୁ ପରାମର୍ଶ ଦିଆଯାଇଛି।

ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ ଓ କଟକ ଜିଲ୍ଲାର ଅନେକ ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛ। ଏପରିକି କିଛି ସ୍ଥାନରେ କୁଆପଥର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି।